csstore

ଗତ ୨୪ ଘଂଟାରେ ୩୩୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩୩୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୪୭ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୪୦୩ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୩୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧, ବାଲେଶ୍ୱରରୁ ୧୩, ବରଗଡରୁ ୩, ଭଦ୍ରକରୁ ୩, ବୌଦ୍ଧରୁ ୨, କଟକରୁ ୨୧, ଦେବଗଡରୁ ୧, ଢେଙ୍କାନାଳରୁ ୩, ଜଗତସିଂହପୁରରୁ ୬, ଯାଜପୁରରୁ ୧୦, ଝାରସୁଗୁଡାରୁ ୫, କେନ୍ଦ୍ରାପଡାରୁ ୮, କେଉଁଝରରୁ ୩, ଖୋର୍ଦ୍ଧାରୁ ୧୪୧, ମୟୁରଭଞ୍ଜରୁ ୧୨, ନୟାଗଡରୁ ୨, ପୁରୀରୁ ୬, ରାୟଗଡାରୁ ୧, ସମ୍ବଲପୁରରୁ ୫୧, ସୋନପୁରରୁ ୧, ସୁନ୍ଦରଗଡରୁ ୮ ଓ ଷ୍ଟେଟ ପୁଲ୍‌ରୁ ୩୪ ଚିହ୍ନଟ ହୋଇଛନ୍ତି ।

jayashree
Leave A Reply

Your email address will not be published.