ଗତ ୨୪ ଘଂଟାରେ ୨୭୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୫୭ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୪୨୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୧୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୨, ବାଲେଶ୍ୱରରୁ ୪, ଭଦ୍ରକରୁ ୧, ବଲାଙ୍ଗିରରୁ ୩, କଟକରୁ ୧୬, ଢେଙ୍କାନାଳରୁ ୨୦, ଗଞ୍ଜାମରୁ ୪, ଜଗତସିଂହପୁରରୁ ୧, ଯାଜପୁରରୁ ୧୦, ଝାରସୁଗୁଡାରୁ ୯, କେନ୍ଦ୍ରାପଡାରୁ ୫, କେଉଁଝରରୁ ୨, ଖୋର୍ଦ୍ଧାରୁ ୧୨୪, ମୟୁରଭଞ୍ଜରୁ ୧୦, ନବରଙ୍ଗପୁରରୁ ୧, ନୟାଗଡରୁ ୨, ପୁରୀରୁ ୫, ସମ୍ବଲପୁରରୁ ୭, ସୁନ୍ଦରଗଡରୁ ୧୪ ଓ ଷ୍ଟେଟ ପୁଲ୍‌ରୁ ୩୦ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.

3 × 4 =