jayashree

ଗତ ୨୪ ଘଂଟାରେ ୧୦୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୦୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୧୯ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୨୦୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୩, ବାଲେଶ୍ୱରରୁ ୧, ବରଗଡରୁ ୨, ଭଦ୍ରକରୁ ୧, କଟକରୁ ୪, ଗଞ୍ଜାମରୁ ୪, ଯାଜପୁରରୁ ୫,କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୪, କେଉଁଝରରୁ ୫, ଖୋର୍ଦ୍ଧାରୁ ୪୮, ମୟୁରଭଞ୍ଜରୁ ୧୦, ନୟାଗଡରୁ ୨, ସମ୍ବଲପୁରରୁ ୨, ସୁନ୍ଦରଗଡରୁ ୧ ଓ ଷ୍ଟେଟ ପୁଲ୍‌ରୁ ୧୨ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.