ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୫୦ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ବାଲେଶ୍ବର ଓ ଗଞ୍ଜାମ ଜିଲ୍ଳାରୁ ଜଣେ ଲେଖାଁଏ ଥିବା ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।