pakka

ଗତ ୨୪ ଘଂଟାରେ ୨୨୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୨୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୩୨ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୭୨୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୯୭ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୨, ବାଲେଶ୍ୱରରୁ ୧, ଭଦ୍ରକରୁ ୨, ବଲାଙ୍ଗିରରୁ ୧, ବୌଦ୍ଧରୁ ୨, କଟକରୁ ୧୨, ଦେବଗଡରୁ ୬, ଢେଙ୍କାନାଳରୁ ୪, ଗଜପତିରୁ ୩, ଗଞ୍ଜାମରୁ ୫, ଜଗତସିଂହପୁର ୧, ଯାଜପୁରରୁ ୨, ଝାରସୁଗୁଡାରୁ ୯, କେନ୍ଦ୍ରାପଡାରୁ ୨, କେଉଁଝରରୁ ୫, ଖୋର୍ଦ୍ଧାରୁ ୧୦୫, କୋରାପୁଟରୁ ୨, ମୟୁରଭଞ୍ଜରୁ ୩, ନବରଙ୍ଗପୁରରୁ ୩, ନୟାଗଡରୁ ୫, ପୁରୀରୁ ୫, ରାୟଗଡାରୁ ୧, ସମ୍ବଲପୁରରୁ ୬, ସୁନ୍ଦରଗଡରୁ ୧୫ ଓ ଷ୍ଟେଟ ପୁଲ୍‌ରୁ ୨୬ ଚିହ୍ନଟ ହୋଇଛନ୍ତି ।

jay balangir
Leave A Reply

Your email address will not be published.

13 − 9 =

error: Content is protected !!