ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୯୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ଅନୁଗୁଳ ଜିଲ୍ଲାରୁ ୩ଜଣ ରହିଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର ଜିଲ୍ଲାରୁ ୨ ଜଣ ରହିଛନ୍ତି । ସେହିପରି ବୌଦ୍ଧ, ଗଜପତି, କୋରାପୁଟ ଓ ନୂଆପଡ଼ା ଜିଲ୍ଲାରୁ ଜଣ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.