ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ଅନୁଗୁଳ, ବରଗଡ, କଟକ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ବୌଦ୍ଧ ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବାଲେଶ୍ଵର, ଗଞ୍ଜାମ, ଝାରସୁଗୁଡା, କେନ୍ଦ୍ରାପଡା, ପୁରୀ ଓ ରାୟଗଡାରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼ ଓ ସମ୍ଵଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.