ଆଜି ବଲାଙ୍ଗିର ଜିଲ୍ଲାରେ ମାତ୍ର ଜଣେ କରୋନା ସଂକ୍ରମିତଙ୍କ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ମାତ୍ର ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ତେବେ ଟିଟିଲାଗଡ଼ ମ୍ୟୁନିସିପାଲିଟି ୱାର୍ଡ ନଂ.୭ରୁ ଉକ୍ତ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ ଯେ, ବଲାଙ୍ଗିର ଜିଲ୍ଲାରେ ବର୍ତ୍ତମାନ ପର୍ଯ୍ୟନ୍ତ ୮୭୯୮ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୮୭୪୧ଜଣ ସୁସ୍ଥ ହୋଇଛନ୍ତି । ମାତ୍ର ୧୬ ଜଣ ଏବେ ଏକ୍‌ଟିଭ୍‌ ସଂକ୍ରମିତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.