ପୁଣି ୧୧ ଜଣଙ୍କ ରାଜ୍ୟରେ ପ୍ରାଣ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଶୁକ୍ରବାର ଦିନ କରୋନାରେ ପୁଣି ୧୧ ଜଣଙ୍କ ପ୍ରାଣହାନୀ ଘଟିଛି । ରାଜ୍ୟରେ ଏବେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦୮କୁ ପହଂଚିଛି । ଆଜି ଖୋର୍ଦ୍ଧାରୁ ୩ ଜଣ, କଟକରୁ ୨ ଜଣ, ଅନୁଗୁଳ, ଗଞ୍ଜାମ, ଝାରସୁଗୁଡା, କନ୍ଧମାଳ, ନୂଆପଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏଁ ସଂକ୍ରମିତ କରୋନାରେ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ମାଧ୍ୟମରେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.