ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୬,୧୬୪ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୦୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୨୫,୫୮,୫୩୦ ଓ ମୃତ୍ୟୁସଂଖ୍ୟା ୪,୩୬,୩୬୫ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୪,୧୫୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୧୭,୮୮,୪୪୦ରେ ପହଞ୍ଚିଥିବା ବେଳେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୩୩,୭୨୫।