lika

ଆଜି ରାଜ୍ୟରେ ୨୯୭ ନୂଆ ଆକ୍ରାନ୍ତ ଚିହ୍ନଟ

gbag

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ୨୯୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୨୩ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୯, ବାଲେଶ୍ୱରରୁ ୬, ବରଗଡ଼ରୁ ୧୮, ଭଦ୍ରକରୁ ୨, ବଲାଙ୍ଗିରରୁ ୫, କଟକରୁ ୧୭, ଢେ଼ଙ୍କାନାଳରୁ ୧, ଗଂଜାମରୁ ୭, ଜଗତସିଂହପୁରରୁ ୨, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୫୭, କେନ୍ଦ୍ରାପଡ଼ାରୁ ୨, କେଉଁଝରରୁ ୧୨, ଖୋର୍ଦ୍ଧାରୁ ୩୩, କୋରାପୁଟରୁ ୫, ମୟୁରଭଂଜରୁ ୭, ନବରଂଗପୁରରୁ ୩, ନୟାଗଡ଼ରୁ ୨, ନୂଆପଡ଼ାରୁ ୩୧, ପୁରୀରୁ ୬, ସମ୍ବଲପୁରରୁ ୧୭, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୩୮ ଓ ଷ୍ଟେଟ ପୁଲ୍‌ରୁ ୪ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୩୪୦୯୧୭ ଜଣ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩୫୬୯୩୦ ଜଣ ସୁସ୍ଥ ହୋଇ ସାରିଛନ୍ତି । ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୧୩ ରହିଛି ।

babaa
Leave A Reply

Your email address will not be published.