ଗତ ୨୪ ଘଂଟା ମଧ୍ୟରେ ଦେଶରେ ୬୧,୪୦୮ ଚିହ୍ନଟ : ଓଡ଼ିଶାରେ ୨୯୪୯ ଜଣ ଆକ୍ରାନ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କରୋନା ସଂକ୍ରମଣ କମୁନାହିଁ । ବଢ଼ି ବଢ଼ି ଚାଲିଛି । ଗତ ୨୪ ଘଂଟା ମଧ୍ୟରେ ଦେଶରେ ୬୧,୪୦୮ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ସରକାରୀ ସୂତ୍ରରୁ ଜଣାପଡ଼ିଛି । ରାଜ୍ୟରେ ୨୯୪୯ ଜଣ ଆକ୍ରାନ୍ତ ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୨୬ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା ବେଳେ ୧୧୨୩ ଜଣ ଆଂଚଳିକ ସଂକ୍ରମଣର ଶିକାର ହୋଇଛନ୍ତି । ରାଜ୍ୟରେ ଏମାନଙ୍କ ମଧ୍ୟରୁ ଜିଲ୍ଲା ଅନୁସାରେ ଅନୁଗୁଳରୁ ୧, ବାଲେଶ୍ୱରରୁ ୮୮, ବରଗଡ଼ରୁ ୬୨, ଭଦ୍ରକରୁ ୬୬, ବଲାଙ୍ଗିରରୁ ୫୭, ବୌଦ୍ଧରୁ ୩, କଟକରୁ ୫୮୯, ଦେବଗଡ଼ରୁ ୨, ଢେଙ୍କାନାଳରୁ ୧୩, ଗଜପତିରୁ ୩, ଗଂଜାମରୁ ୧୭୯, ଜଗତସିଂହପୁରରୁ ୫୧, ଯାଜପୁରରୁ ୨୧୫, ଝାରସୁଗୁଡ଼ାରୁ ୨୦, କଳାହାଣ୍ଡିରୁ ୩୦, କନ୍ଧମାଳରୁ ୩୪, କେନ୍ଦ୍ରାପଡ଼ାରୁ ୫୬, କେଉଁଝରରୁ ୩୦, ଖୋର୍ଦ୍ଧାରୁ ୪୭୪, କୋରାପୁଟରୁ ୧୮୧, ମାଲକାନଗିରିରୁ ୭୮, ମୟୁରଭଂଜରୁ ୧୫୬, ନବରଂଗପୁରରୁ ୨୬, ନୟାଗଡରୁ ୯୩, ନୂଆପଡ଼ାରୁ ୨, ପୁରୀରୁ ୮୬, ରାୟଗଡ଼ାରୁ ୧୪୩, ସମ୍ବଲପୁରରୁ ୧୦୪, ସୋନପୁରରୁ ୨୬ ଓ ସୁନ୍ଦରଗଡ଼ରୁ ୮୧ ଜଣଙ୍କ ପଜିଟିଭ୍‌ ବାହାରିଥିବା ସୂଚନା ଦିଆଯାଇଛି । ଓଡ଼ିଶାରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୧,୪୭୯ ହୋଇଥିବା ବେଳେ ସୁସ୍ଥତା ଲାଭ କରିଛନ୍ତି ୫୪୪୦୫ ଜଣ । ୨୬୬୦୨ ଜଣ ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ସୂଚନାରେ କୁହାଯାଇଛି ।

Leave A Reply

Your email address will not be published.