ଗତ ୨୪ ଘଂଟା ମଧ୍ୟରେ ଦେଶରେ ୬୦,୯୭୫ ଚିହ୍ନଟ : ଓଡ଼ିଶାରେ ୨୭୫୨ ଜଣ ଆକ୍ରାନ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ଦେଶରେ ୬୦,୯୭୫ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ସରକାରୀ ସୂତ୍ରରୁ ଜଣାପଡ଼ିଛି । ରାଜ୍ୟରେ ୨୭୫୨ ଜଣ ଆକ୍ରାନ୍ତ ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୦୮ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା ବେଳେ ୧୦୪୪ ଜଣ ଆଂଚଳିକ ସଂକ୍ରମଣର ଶିକାର ହୋଇଛନ୍ତି । ରାଜ୍ୟରେ ଏମାନଙ୍କ ମଧ୍ୟରୁ ଜିଲ୍ଲା ଅନୁସାରେ ଅନୁଗୁଳରୁ ୨୩, ବାଲେଶ୍ୱରରୁ ୧୨୯, ବରଗଡ଼ରୁ ୨୮, ଭଦ୍ରକରୁ ୫୮, ବଲାଙ୍ଗିରରୁ ୧୪, ବୌଦ୍ଧରୁ ୧୧, କଟକରୁ ୨୪୭, ଦେବଗଡ଼ରୁ ୬, ଢେଙ୍କାନାଳରୁ ୧, ଗଜପତିରୁ ୬୦, ଗଂଜାମରୁ ୨୧୨, ଜଗତସିଂହପୁରରୁ ୧୦୧, ଯାଜପୁରରୁ ୨୧୭, ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୧୬, କନ୍ଧମାଳରୁ ୯୫, କେନ୍ଦ୍ରାପଡ଼ାରୁ ୯୭, କେଉଁଝରରୁ ୨୮, ଖୋର୍ଦ୍ଧାରୁ ୪୨୩, କୋରାପୁଟରୁ ୧୭୪, ମାଲକାନଗିରିରୁ ୧୦୧, ମୟୁରଭଂଜରୁ ୧୩୭, ନବରଂଗପୁରରୁ ୨୭, ନୟାଗଡରୁ ୧୦୩, ନୂଆପଡ଼ାରୁ ୮, ପୁରୀରୁ ୧୪୪, ରାୟଗଡ଼ାରୁ ୧୭୭, ସମ୍ବଲପୁରରୁ ୫୫, ସୋନପୁରରୁ ୧ ଓ ସୁନ୍ଦରଗଡ଼ରୁ ୪୪ ଜଣଙ୍କ ପଜିଟିଭ୍‌ ବାହାରିଥିବା ସୂଚନା ଦିଆଯାଇଛି । ଓଡ଼ିଶାରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୪୨୩୧ ହୋଇଥିବା ବେଳେ ସୁସ୍ଥତା ଲାଭ କରିଛନ୍ତି ୫୬୯୨୪ ଜଣ । ୨୬୮୨୬ ଜଣ ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ସୂଚନାରେ କୁହାଯାଇଛି ।

Leave A Reply

Your email address will not be published.