ଗତ ୨୪ ଘଂଟାରେ ଓଡ଼ିଶାରେ ପୁଣି ୩୭୭୭ ପଜିଟିଭ୍‌

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟାରେ ଓଡ଼ିଶାରେ ୩୭୭୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ସେମାନଙ୍କ ମଧ୍ୟରୁ ୨୧୯୧ ଜଣ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣର ଶୀକାର ହୋଇଛନ୍ତି ୧୫୮୬ ଜଣ । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧୧୫, ବାଲେଶ୍ୱରରୁ ୧୨୭, ବରଗଡ଼ରୁ ୧୩୯, ଭଦ୍ରକରୁ ୬୭, ବଲାଙ୍ଗିରରୁ ୫୧, ବୌଦ୍ଧରୁ ୨୬, କଟକରୁ ୩୬୮, ଦେବଗଡ଼ାରୁ ୧୪, ଢେଙ୍କାନାଳରୁ ୬୭, ଗଜପତିରୁ ୧୩, ଗଂଜାମରୁ ୫୮, ଜଗତସିଂହପୁରରୁ ୧୦୦, ଯାଜପୁରରୁ ୧୩୩, ଝାରସୁଗୁଡ଼ାରୁ ୭୦, କଳାହାଣ୍ଡିରୁ ୭୦, କନ୍ଧମାଳରୁ ୪୯, କେନ୍ଦ୍ରାପଡ଼ାରୁ ୧୪୮, କେଉଁଝରରୁ ୭୮, ଖୋର୍ଦ୍ଧାରୁ ୮୧୫, କୋରାପୁଟରୁ ୯୮, ମାଲକାନଗିରିରୁ ୨୬, ମୟୁରଭଂଜରୁ ୫୮, ନବରଙ୍ଗପୁରରୁ ୧୦୭, ନୟାଗଡ଼ରୁ ୭୧, ନୂଆପଡ଼ାରୁ ୭୩, ପୁରୀରୁ ୨୩୭, ରାୟଗଡ଼ାରୁ ୭୫, ସମ୍ବଲପୁରରୁ ୧୧୨, ସୋନପୁରରୁ ୭୨, ସୁନ୍ଦରଗଡ଼ରୁ ୧୪୮, ଷ୍ଟେଟ୍‌ ପୁଲ୍‌ ୧୯୨ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ସମୁଦାୟ ପଜିଟିଭ୍‌ ୧୪୬୮୯୪ ବାହାରିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧୨୦୬୨ ଜଣ ସୁସ୍ଥ ହୋଇ ଫେରିଥିବା କୁହାଯାଇଛି ।

Leave A Reply

Your email address will not be published.