ବଢ଼ୁଛି ସଂକ୍ରମଣ : ଗତ ୨୪ ଘଂଟାରେ ଓଡ଼ିଶାରେ ସର୍ବାଧିକ ୪୩୩୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବଢ଼ି ଚାଲିଛି ସଂକ୍ରମଣ । ଗତ ୨୪ ଘଂଟାରେ ଓଡ଼ିଶାରେ ସର୍ବାଧିକ ୪୩୩୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ସେମାନଙ୍କ ମଧ୍ୟରୁ ୨୫୫୬ ଜଣ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଛନ୍ତି ୧୭୭୪ ଜଣ । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧୭୬, ବାଲେଶ୍ୱରରୁ ୧୨୧, ବରଗଡ଼ରୁ ୯୯, ଭଦ୍ରକରୁ ୭୪, ବଲାଙ୍ଗିରରୁ ୭୯, ବୌଦ୍ଧରୁ ୪୭, କଟକରୁ ୫୯୪, ଦେବଗଡ଼ାରୁ ୧୨, ଢେଙ୍କାନାଳରୁ ୬୭, ଗଜପତିରୁ ୧୬, ଗଂଜାମରୁ ୫୧, ଜଗତସିଂହପୁରରୁ ୧୬୭, ଯାଜପୁରରୁ ୧୫୮, ଝାରସୁଗୁଡ଼ାରୁ ୧୫୩, କଳାହାଣ୍ଡିରୁ ୧୦୦, କନ୍ଧମାଳରୁ ୧୭୮, କେନ୍ଦ୍ରାପଡ଼ାରୁ ୧୦୭, କେଉଁଝରରୁ ୧୧୮, ଖୋର୍ଦ୍ଧାରୁ ୬୪୪, କୋରାପୁଟରୁ ୯୪, ମାଲକାନଗିରିରୁ ୬୩, ମୟୁରଭଂଜରୁ ୧୫୨, ନବରଙ୍ଗପୁରରୁ ୧୩୩, ନୟାଗଡ଼ରୁ ୫୩, ନୂଆପଡ଼ାରୁ ୬୨, ପୁରୀରୁ ୨୯୨, ରାୟଗଡ଼ାରୁ ୮୫, ସମ୍ବଲପୁରରୁ ୧୦୭, ସୋନପୁରରୁ ୨୫, ସୁନ୍ଦରଗଡ଼ରୁ ୧୨୩, ଷ୍ଟେଟ୍‌ ପୁଲ୍‌ ୨୨୫ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ସମୁଦାୟ ପଜିଟିଭ୍‌ ୧୭୯୮୮୦ ବାହାରିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୪୧୬୫୭ ଜଣ ସୁସ୍ଥ ହୋଇ ଫେରିଥିବା କୁହାଯାଇଛି ।

Leave A Reply

Your email address will not be published.