om academy

ପୁଣି ୧୨ ହଜାର ଉପରେ କରୋନା କଂଟା : ଗତ ୨୪ ଘଂଟାରେ ରାଜ୍ୟରେ ପୁଣି ୧୨,୫୨୩ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ୧୨ ହଜାର ଉପରକୁ ଛୁଟିଛି କରୋନା କଂଟା । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୨,୫୨୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୦୯,୪୩୮ ରହିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୦୧୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୫୫୧୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୯୩୦, ବାଲେଶ୍ୱରରୁ ୫୧୦, ବରଗଡ଼ରୁ ୩୧୫, ଭଦ୍ରକରୁ ୧୭୭, ବଲାଙ୍ଗିରରୁ ୨୯୬, ବୌଦ୍ଧରୁ ୩୬୫, କଟକରୁ ୧୦୮୪, ଦେବଗଡ଼ରୁ ୧୦୬, ଢେ଼ଙ୍କାନାଳରୁ ୧୩୨, ଗଜପତିରୁ ୫୩, ଗଂଜାମରୁ ୩୬୯, ଜଗତସିଂହପୁରରୁ ୩୨୫, ଯାଜପୁରରୁ ୪୧୯, ଝାରସୁଗୁଡ଼ାରୁ ୩୭୩, କଳାହାଣ୍ଡିରୁ ୪୯୧, କନ୍ଧମାଳରୁ ୧୦୦, କେନ୍ଦ୍ରାପଡ଼ାରୁ ୧୯୫, କେଉଁଝରରୁ ୨୩୨, ଖୋର୍ଦ୍ଧାରୁ ୧୮୪୨, କୋରାପୁଟରୁ ୨୩୩, ମାଲକାନଗିରିରୁ ୭୩, ମୟୁରଭଂଜରୁ ୫୪୬, ନବରଂଗପୁରରୁ ୩୮୩, ନୟାଗଡ଼ରୁ ୩୧୫, ନୂଆପଡ଼ାରୁ ୧୨୯, ପୁରୀରୁ ୫୬୮, ରାୟଗଡ଼ାରୁ ୩୨୧, ସମ୍ବଲପୁରରୁ ୪୦୦, ସୋନପୁରରୁ ୨୦୨, ସୁନ୍ଦରଗଡ଼ରୁ ୭୧୫ ଓ ଷ୍ଟେଟ ପୁଲ୍‌ରୁ ୩୨୪ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.