oum

ରାଜ୍ୟରେ ଆଜି ୮ ଜଣ‌ଙ୍କ ଜୀବନ ନେଲା କରୋନା

jsm

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ବିସ୍ଫୋରଣ ମୁହାଁ ଏବେ କରୋନା ସଂକ୍ରମଣ । ଗୋଟିଏ ପଟେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ଅନ୍ୟପଟେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ତେବେ ରାଜ୍ୟରେ ଆଜି ୮ ଜଣ‌ଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୮୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଏବଂ ବାଲେ‌ଶ୍ୱର, ବରଗଡ଼, ଭଦ୍ରକ, ବଲାଙ୍ଗିର, ବୌଦ୍ଧ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.