ls

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

sb

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୭୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ ରହିଥିବା ବେଳେ ବରଗଡ଼, କଟକ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ସମ୍ବଲପୁରରୁ ୩ଜଣ ରହିଛନ୍ତି । ସେହିପରି ଜଗତସିଂହପୁର , ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କୋରାପୁଟ, କେନ୍ଦୁଝର, ଗଞ୍ଜାମ, ଢେଙ୍କାନାଳ, ଦେଓଗଡ଼, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

pc pk
Leave A Reply

Your email address will not be published.