ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୯, ବରଗଡ, କଟକ, ନୟାଗଡରୁ ୫ ଜଣ ଲେଖାଏଁ, ଅନୁଗୋଳରୁ ୩, ବାଲେଶ୍ୱର, ଭଦ୍ରକ, ବଲାଙ୍ଗିର, ବୌଦ୍ଧ, ପୁରୀ, ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ଗଞ୍ଜାମରୁ ଜଣେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.