ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୧୦୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ, ନୟାଗନ, ପୁରୀ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, କଟକ, ଗଞ୍ଜାମ, କେନ୍ଦ୍ରାପଡ଼ା ଓ ଢ଼େଙ୍କାନାଳରୁ ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ବର, ବରଗଡ଼, ଜଗତସିଂହପୁର,ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର,କୋରାପୁଟ, ମୟୂରଭଞ୍ଜ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.