ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୩୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ଜଣ ରହିଥିବା ବେଳେ ବରଗଡ଼, ପୁରୀ ଜିଲ୍ଲାରୁ ୭ଜଣ ରହିଛନ୍ତି । ଗଞ୍ଜାମ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ ସମ୍ବଲପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ କଟକ , ଢେଙ୍କାନାଳ, କେନ୍ଦୁଝର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ଗଜପତି, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.