ରାଜ୍ୟରେ ଆଜି କରୋନାରେ ୧୨ ଜଣଙ୍କ ପ୍ରାଣହାନୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦେଶରେ ତଥା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ସହ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଲାଣି । ତେବେ ରାଜ୍ୟରେ ଆଜି ୧୨ ଜଣଙ୍କ ପ୍ରାଣହାନୀ ହୋଇଥିବା ବେଳେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ଏବଂ ଅନୁଗୁଳ, କଟକ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.