ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୦୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୦, ଅନୁଗୋଳରୁ ୯, ଢେଙ୍କାନାଳରୁ ୮, ଝାରସୁଗୁଡ଼ାରୁ ୫, କନ୍ଧମାଳରୁ ୩, ବରଗଡ଼, ପୁରୀ, ସମ୍ବଲପୁରରୁ ୪ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି, ବଲାଙ୍ଗିରରୁ ୨, କଟକ, ଭଦ୍ରକ, ଜଗତସିଂହପୁର, ନୟାଗଡ଼, ମାଲକାନଗିରି, ନୂଆପଡ଼ାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।