ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୬୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, ବଲାଙ୍ଗିର , କଟକ, ଗଞ୍ଜାମ, ଯାଜପୁର, ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଗଜପତି, ଜଗତସିଂହପୁର , କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୁରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.