pakka

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫୯୬୬କୁ ବୃଦ୍ଧି ପାଇଛି । ଆଜି ଭଦ୍ରକ, କଟକ, ଖୋର୍ଦ୍ଧାରୁ ୮ ଜଣ ଲେଖାଏଁ, ପୁରୀ, ସୁନ୍ଦରଗଡ଼ରୁ ୭ ଜଣ ଲେଖାଏଁ, କେନ୍ଦ୍ରାପଡ଼ାରୁ ୪ ଜଣ, ଢେଙ୍କାନାଳ, ନୟାଗଡ଼ରୁ ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ବରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କନ୍ଧମାଳ, କୋରାପୁଟ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

jay balangir
Leave A Reply

Your email address will not be published.

13 − 3 =