ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ ଆକ୍ରନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ ଆକ୍ରନ୍ତଙ୍କର ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬ ହଜାର ୧୦୨ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣ, କଟକରୁ ୯ ଜଣ, ପୁରୀରୁ ୭ ଜଣ, କେନ୍ଦ୍ରାପଡାରୁ ୬ ଜଣ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଏଁ, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.