ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪୩୫ କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ଜଣ, କଟକ ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୮ ଜଣ, ସୁନ୍ଦରଗଡ଼ ଓ ବାଲେଶ୍ୱର ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି । ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୫ଜଣ ଲେଖାଏଁ, ଝାରସୁଗୁଡ଼ା ଜିଲ୍ଲାରୁ ୪ ଜଣ, ଦେବଗଡ଼ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.