ଆଜି ରାଜ୍ୟରେ୧୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦେଶରରେ ତଥା ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିଚାଲିଛି । ଆଜି ରାଜ୍ୟରେ ଆଉ ୧୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି ।

Leave A Reply

Your email address will not be published.

3 × one =