ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ ଆକ୍ରାନ୍ତ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନଏସ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଳାରୁ ୨ ଜଣ ଲେଖାଏଁ, ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.