୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୯୭କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଳାହାଣ୍ଡି, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ପୁରୀରୁ ୨ ଜଣ ରହିଛନ୍ତି । ସେହିପରି ଅନୁଗୁଳ, ବଲାଙ୍ଗିର ଓ ଢ଼େଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.