ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୨୫ ବୃଦ୍ଧି ପାଇଛି । ଅନୁଗୁଳ, ବାଲେଶ୍ୱର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।