ଗତ ୨୪ ଘଣ୍ଟା ମଧ୍ୟରେ ୩୨ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୧୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣ ହୋଇଥିବା ବେଳେ କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ଅନ୍ୟପଟେ ନବରଙ୍ଗପୁର, ପୁରୀ, ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଗଜପତି, ଗଞ୍ଜାମ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.