ls

ଗତ ୨୪ ଘଣ୍ଟା ମଧ୍ୟରେ ୩୪ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

sb

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଣ୍ଟା ମଧ୍ୟରେ ୩୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୧୮କୁ ବୃଦ୍ଧି ପାଇଛି । ଅନୁଗୁଳ ଜିଲ୍ଲାରୁ ୫ ଜଣ, ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବୌଦ୍ଧ, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଜୀବନ ହରାଇଛନ୍ତି । ସେହିପରି ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ତେବେ ପୁରୀ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

pc pk
Leave A Reply

Your email address will not be published.