ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୮୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ କଟକ, ଝାରସୁଗୁଡା, ଖୋର୍ଦ୍ଧା ଓ ପୁରୀ ୪ ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଜଗତସିଂହପୁର, କଳାହାଣ୍ଡି, ଓ ରାୟଗଡାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ, କେନ୍ଦୁଝର, ମାଲକାନଗିରି ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ଵର, ବଲାଙ୍ଗିର, ଦେବଗଡ, କେନ୍ଦ୍ରାପଡା, ନୂଆପଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.