ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।