ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୧୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଓ କଟକ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କେନ୍ଦୁଝର ଜିଲ୍ଲାରୁ ୨ଜଣ ରହିଥିବା ବେଳେ ସୋନପୁର, ନବରଙ୍ଗପୁର, ନୟାଗଡ଼, ବୌଦ୍ଧ, ଜଗତସିଂହପୁର, ଗଞ୍ଜାମ, ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଜୀବନ ନେଇଛି ଘାତକ କରୋନା । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.