ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୨୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱରରୁ ସର୍ବାଧିକ ୬ଜଣ, ଖୋର୍ଦ୍ଧାରୁ ୫ଜଣ, କଟକ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଯାଜପୁର, ଭଦ୍ରକ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.