ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୬୪ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଅନୁଗୁଳ ଓ ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.