ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୮୫କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ସୁନ୍ଦରଗଡ଼, ମୟୁରଭଞ୍ଜ, ଗଞ୍ଜାମ, କଟକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.