ରାଜ୍ୟରେ ଗତ ୨୪ଘଣ୍ଟାରେ ୩୯ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୩୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪୭୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ଜଣ ରହିଥିବା ବେଳେ କଟକ, ଝାରସୁଗୁଡା. ପୁରୀ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ, ଜଗତସିଂପୁର, କଳାହାଣ୍ଡିରୁ ୩ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ସୋନପୁରରୁ ୨ ଲେଖାଏଁ ରହିଛନ୍ତି । ବରଗଡ, ଢେଙ୍କାନାଳ, ନବରଙ୍ଗପୁର, ନୂଆପଡାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.