ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୭୫୭କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ବରଗଡରୁ ସର୍ବାଧିକ ୧୩ ଜଣ, କଟକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗିରରୁ ୬ଜଣ, ଅନୁଗୁଳ, ଜଗତସିଂହପୁର ଓ ସମ୍ୱଲପୁରରୁ ୫ ଜଣ ଲେଖାଏଁ, ଦେବଗଡରୁ ୪ ଜଣ, ଢେଙ୍କାନାଳ ଓ ଯାଜପୁରରୁ ୩ ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱରରୁ ଓ ଝାରସୁଗୁଡାରୁ ୨ଜଣ ଲେଖାଏଁ, ଭଦ୍ରକରୁ ଜଣେ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Next Post