jayashree

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୮୯ କୁ ବୃଦ୍ଧି ପାଇଛି । ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଅନୁଗୁଳ ଏବଂ ଯାଜପୁର ଜିଲ୍ଲାରୁ ୬ଜଣ ଲେଖାଏଁ, ଭଦ୍ରକ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.