jayashree

ଗତ ୨୪ଘଣ୍ଟାରେ ୫୧ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୧ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୯୯କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ, ବରଗଡ, ଢେଙ୍କାନାଳ, ମୟୂରଭଞ୍ଜରୁ ୫ ଲେଖାଏଁ, କଟକ, ଯାଜପୁର, ନୟାଗଡ, ପୁରୀ, ସୁନ୍ଦରଗଡରୁ ୩ ଲେଖାଏଁ, ଭଦ୍ରକ, ଦେବଗଡ, ଗଞ୍ଜାମ, ଜଗତସିଂହପୁରରୁ ୨ ଜଣ ଲେଖାଏଁ, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ନବରଙ୍ଗପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.