ଭୁବନେଶ୍ୱର, (କେପିଏନ୍ଏସ୍) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୬୦୧୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୭୧୩୧୨କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୯୭ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୨୬୨୨ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୩୩୫, ବାଲେଶ୍ୱରରୁ ୨୮୬, ବରଗଡ଼ରୁ ୧୨୨, ଭଦ୍ରକରୁ ୨୬୨, ବଲାଙ୍ଗିରରୁ ୬୬, ବୌଦ୍ଧରୁ ୭୯, କଟକରୁ ୫୩୧, ଦେବଗଡ଼ରୁ ୨୪, ଢେ଼ଙ୍କାନାଳରୁ ୨୯୧, ଗଜପତିରୁ ୩୪, ଗଂଜାମରୁ ୭୩, ଜଗତସିଂହପୁରରୁ ୧୯୬, ଯାଜପୁରରୁ ୪୦୬, ଝାରସୁଗୁଡ଼ାରୁ ୪୧, କଳାହାଣ୍ଡିରୁ ୭୦, କନ୍ଧମାଳରୁ ୭୬, କେନ୍ଦ୍ରାପଡ଼ାରୁ ୨୧୮, କେଉଁଝରରୁ ୧୨୦, ଖୋର୍ଦ୍ଧାରୁ ୭୯୬, କୋରାପୁଟରୁ ୧୪୨, ମାଲକାନଗିରିରୁ ୮୫, ମୟୁରଭଂଜରୁ ୩୩୩, ନବରଂଗପୁରରୁ ୧୫୧, ନୟାଗଡ଼ରୁ ୧୯୧, ନୂଆପଡ଼ାରୁ ୨୩, ପୁରୀରୁ ୩୨୪, ରାୟଗଡ଼ାରୁ ୧୦୮, ସମ୍ବଲପୁରରୁ ୧୩୧, ସୋନପୁରରୁ ୬୫, ସୁନ୍ଦରଗଡ଼ରୁ ୨୮୩ ଓ ଷ୍ଟେଟ ପୁଲ୍ରୁ ୧୫୭ ଚିହ୍ନଟ ହୋଇଛନ୍ତି ।
Next Post