oum

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

jsm

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୪୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୨ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ରହିଛନ୍ତି । ବରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୬ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୫ଜଣ ରହିଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ରହିଛନ୍ତି । ବାଲେଶ୍ୱର ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଭଦ୍ରକ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ପୁରୀ, ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ସୋନପୁର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.