ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୯୮କୁ ବୃଦ୍ଧି ପାଇଛି । ବାଲେଶ୍ୱର ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

one − one =