ରାଜ୍ୟରେ ଆଉ ୨୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ଆଉ ୨୨ ଜଣଙ୍କ ମୃତ୍ୟୁ ଘଟିଛି । ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି । ୯ଟି ଜିଲ୍ଲାରୁ ୨୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ବୌଦ୍ଧ, କଳାହାଣ୍ଡି, ଖୋର୍ଦ୍ଧା, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ଗଜପତି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ବଲାଙ୍ଗିର ଜିଲ୍ଲାରୁ ଯାଇଛି ଜଣଙ୍କ ଜୀବନ । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Leave A Reply

Your email address will not be published.