oum

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ୨୭ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ

jsm

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୨୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୩୦କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା, କୋରାପୁଟରୁ ୪ ଜଣ ଲେଖାଏଁ, ନୂଆପଡା, ରାୟଗଡା ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ, କଳାହାଣ୍ଡିରୁ ୨ ଜଣ, ବରଗଡ, ବଲାଙ୍ଗିର, ବୌଦ୍ଧ, ଗଜପତି, ଝାରସୁଗୁଡା, ନବରଙ୍ଗପୁର, ପୁରୀ, ସୋନପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.