jayashree

ମୁଖ୍ୟମନ୍ତ୍ରୀଙ୍କ କୋଭିଡ-୧୯ ପରିସ୍ଥିତିର ସମୀକ୍ଷା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-୧୯ ପରିସ୍ଥିତିର ସମୀକ୍ଷା କରିଛନ୍ତି । ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣରେ ଅଛି । ଭୟଭୀତ ନ ହୋଇ କୋଭିଡ ନିୟମାବଳୀକୁ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ବୈଠକରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟରେ ସବୁ କୋଭିଡ ହସ୍‌ପିଟାଲକୁ କାର୍ଯ୍ୟକ୍ଷମ କରାଯିବା ସହିତ ଔଷଧପତ୍ର ଏବଂ ଅନ୍ୟାନ୍ୟ ଜରୁରୀ ସମାଗ୍ରୀର ବ୍ୟବସ୍ଥା କରାଯାଇଛି । ଲୋକଙ୍କ ଜୀବିକା ଯେପରି ପ୍ରଭାବିତ ନ ହୁଏ, ତାକୁ ଦୃଷ୍ଟିରେ ରଖି ସମସ୍ତ ପଦକ୍ଷେପ ନିଆଯାଇଛି ବୋଲି ସେ କହିଥିଲେ ।

Leave A Reply

Your email address will not be published.