ଭୁବନେଶ୍ୱର, (କେପିଏନ୍ଏସ୍) : ସମ୍ଭାବ୍ୟ କୋଭିଡ୍ର ତୃତୀୟ ଲହରର ମୁକାବିଲା ନିମନ୍ତେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜିଲ୍ଲା, ପୌରାଞ୍ଚଳଏବଂ ହସ୍ପିଟାଲସ୍ତରୀୟ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ଏଥିସହିତ ବିଭିନ୍ନ ଜିଲ୍ଲାପାଳ, ପୌର କମିଶନର, ସରକାରୀ ଏବଂ ଘରୋଇ ହସ୍ପିଟାଲ ସହ ସିଧାସଳଖ ଆଲୋଚନା କରିଛନ୍ତି । ଆଲୋଚନାରେ ସମ୍, କିମସ୍, ହାଇଟେକ୍, ଆଦିତ୍ୟ-ଅଶ୍ୱନୀ ଆଦି ବଡ଼ ବଡ଼ ହସ୍ପିଟାଲ୍ ଚେନ୍-ର ବରିଷ୍ଠ ପ୍ରତିନିଧିମାନେ ଯୋଗଦେଇ ଭୁବନେଶ୍ୱର ସମେତ ରାଜ୍ୟର ଅନ୍ୟ କେଉଁ କେଉଁ ସ୍ଥାନରେ ସେମାନେ ତୁରନ୍ତ ହସ୍ପିଟାଲ୍ କାର୍ଯ୍ୟକ୍ଷମ କରାଯାଇପାରିବ ତାହା ଜଣାଇଥିଲେ । ଭୁବନେଶ୍ୱର, କଟକ, ବ୍ରହ୍ମପୁର, ଅନୁଗୁଳ, ତାଳଚେର, ପୁରୀ, ଗଂଜାମ, ସମ୍ବଲପୁର, ଯାଜପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ବାରିପଦା, ବଲାଙ୍ଗିର, କନ୍ଧମାଳ, ରାଉରକେଲା, ଗଜପତି ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ୍ କାର୍ଯ୍ୟ କରିବ। ଏହା ଛଡ଼ା ସମସ୍ତ ସରକାରୀ ହସ୍ପିଟାଲରେ କୋଭିଡ୍ ଚିକିତ୍ସାର ବ୍ୟବସ୍ଥା ରହିବ ।